Spread the love

ଭୁବନେଶ୍ୱର: ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ପ୍ରକୃତ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସ୍ରୁଷ୍ଟି କରିଛନ୍ତି। ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ।

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। Covid ମହାମାରୀ ସମୟରେ ଯେଭଳି ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜର ବିକାଶ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି।

Leave a Reply

Your email address will not be published. Required fields are marked *