Spread the love

Angul News:କେନ୍ଦ୍ର ପଞ୍ଚାୟତି ରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଗିରିରାଜ ସିଂହ ଶୁକ୍ରବାର ଅନୁଗୁଳ ଗସ୍ତ କରି ଆଠମଲ୍ଲିକ ବ୍ଲକ ରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସନ୍ଧ୍ୟାରେ ଅନୁଗୁଳ ସର୍କିଟ ହାଉସ ଠାରେ ପହଂଚି ଥିଲେ। ସେଠାରେ ବିଜେପି ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ବିଜେପିର କାର୍ଯ୍ୟକର୍ତାମାନେ ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। କେନ୍ଦ୍ରମନ୍ତ୍ରୀ ଶ୍ରୀ ସିଂହ ଦୀର୍ଘ ସମୟ ଧରି କାର୍ଯ୍ୟକର୍ତାଙ୍କ ସହ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ବିଶେଷ ଭାବେ ପଂଚାୟତି ରାଜ ବିଭାଗରେ ରାଜ୍ୟ ସରକାର ଯେଉଁଭଳି ଦୁର୍ନୀତି କରୁଛନ୍ତି ପ୍ରଧାନମନ୍ତ୍ରୀ ଆବାସ ଯୋଜନା।ଜିଲ୍ଲା ଖଣିଜ ପାଣ୍ଠି, ମନେରେଗାରେ ହେଉଥିବା ଦୁର୍ନୀତି ଉପରେ ମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ଏହି ସ୍ୱାଗତ କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତିଙ୍କ ସହ ପ୍ରାକ୍ତନ ସାଂସଦ ରୁଦ୍ର ନାରାୟଣ ପାଣି, ରାଜ୍ୟ ସମ୍ପାଦକ କାଳନ୍ଦି ସାମଲ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା, ବରିଷ୍ଠ ନେତା ଯଯାତି ପଟ୍ଟନାୟକ,ଦିଲ୍ଲୀପ ପ୍ରଧାନ,ଜିଲ୍ଲା ସାଧାରଣ ସମ୍ପାଦକ ସୁଦିପ ଗଡ଼ନାୟକ,ଜିଲ୍ଲା ମିଡ଼ିଆ ସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକ, ଚନ୍ଦ୍ରକାନ୍ତ ଧଳ ଙ୍କ ସମେତ ଶତାଧିକ କାର୍ଯ୍ୟକର୍ତା ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *