Spread the love

Angul News: (ସୁବ୍ରତ ପଟ୍ଟନାୟକ): ସୋମବାର ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଜଗମୋହନ ମୀନା ଯୋଗ ଦେଇଥିଲେ ।
ଦାଖଲ ହୋଇଥିବା ସମୁଦାୟ ୪୬ଟି ଅଭିଯୋଗରୁ ୪୦ ଟି ବ୍ୟକ୍ତିଗତ ଓ ୦୬ ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଜଣଙ୍କୁ ୫ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଏହାଛଡା ଦାଖଲ ହୋଇଥିବା ସମୁଦାୟ ୪୬ଟି ଅଭିଯୋଗ ମଧ୍ୟରୁ ୭ଟି ଅଭିଯୋଗର ଆଜିର ଶିବିରରେ ଫଇସଲା କରାଯାଇଥିଲା । ଏହି ଶିବିରକୁ ଆସିଥିବା ଲୋକମାନେ ଜମିଜମା,ନିଯୁକ୍ତି,ସ୍ବାସ୍ଥ୍ୟ,ଶିକ୍ଷା,ରାସ୍ତା, ରାସନ୍,ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ । ଏହି ଶିବିରରେ ଅନ୍ୟମାନଂକ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଶ୍ରୀ ରଜନୀକାନ୍ତ ସ୍ଵାଇଁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଳିତ ମୋହନ ବେହେରା,ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ବଇତୁରା ଦିପ୍, ଆସିଷ୍ଟାଣ୍ଟ କଲେକ୍ଟର ମଧୁସ୍ମିତା ବିଶି ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *