Angul News:ଅନୁଗୁଳ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କର ମେ 15 ତାରିଖ ଗୁରୁବାର ଅନୁଗୁଳ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ଅଂଚଳ ଗସ୍ତ କରି ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ। ଆଠମଲ୍ଲିକ କଲେଜ କ୍ୟାମ୍ପସରେ କେନ୍ଦ୍ରୀୟ ବିଦ୍ୟାଳୟର ଉଦଘାଟନ କରିବା ସହ ଆଠମଲ୍ଲିକର ଟାଙ୍ଗିଆନିଶା ଅଂଚଳରେ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସର ଶୁଭ ଦେବେ କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଧାନ। ଆଠମଲ୍ଲିକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହ ଏକ ଗୁରୁତ୍ୱପୂର୍ଣ ବୈଠକରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ। ପରେ ସମ୍ବଲପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆଠମଲ୍ଲିକ ଅଂଚଳର ଜେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ଜନସାଧାରଣ ଖୁସି ପ୍ରକଟ କରିବା ସହ କେନ୍ଦ୍ରମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ବିଜେପି କାର୍ଯ୍ୟକର୍ତା ମାନେ ଏହାପୂର୍ବରୁ କେନ୍ଦ୍ରମନ୍ତ୍ରୀ ଙ୍କ ଗସ୍ତ କୁ ନେଇ ବ୍ୟାପକ ପ୍ରସ୍ତୁତି ଚଳାଇଛନ୍ତି।