Angul News (ସୁବ୍ରତ ପଟ୍ଟନାୟକ): ଅନୁଗୋଳ ଜିଲା ଗ୍ରସ୍ତ ସାରି ଫେରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନୁଗୋଳ ଷ୍ଟାଡିୟମ ଠାରେ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍ଘାଟନ କରିବା ସହ SHG ମହିଳା ମାନକୁ ଋଣ ପ୍ରଦାନ କରିଛନ୍ତି ନବୀନ। ଆଜି ଏହି କାଯ୍ୟକ୍ରମ ପାଇଁ ହୋଇଥିଲା ସ୍ୱତନ୍ତ୍ର ବ୍ୟବସ୍ଥା ।ଏହି ଗ୍ରସ୍ତ ସମୟରେ ୧୮୦୫ କୋଟି ଟଙ୍କାର ୧୫୪୧ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ୭ ହଜାର ୪ଶହ ମହିଳା ସୟଂ ସହାୟକ ଗୋଷ୍ଠୀର ୭୫ ହଜାର ସ୍ବାବଲମ୍ବୀ ମହିଳାଙ୍କୁ ୨୪୨ କୋଟି ଟଙ୍କାର ଋଣ ଏବଂ ପ୍ରୋତ୍ସାହନ ରାଶି ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏଥିରେ ରହିଛି ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ ।ଯେଉଁଥିରେ ରହିଛି ବହୁ ପ୍ରତୀକ୍ଷିତ ଅନୁଗୋଳ ବସ ଟର୍ମିନାଲ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହୋଇଛି ।ଏହି କାର୍ଯ୍ୟକ୍ରମକୁ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଢେଙ୍କାନାଳ ଏମପି ମହେଶ ସାହୁ, ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂହ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ଆଠମଲ୍ଲିକ ବିଧାୟକ ରମେଶ ସାଏ, ପାଲଲହଡା ବିଧାୟକ ମୁକେଶ ପାଳଙ୍କ ସମେତ ବହୁ ମାନ୍ୟଗଣ୍ୟ ନେତା ଉପସ୍ଥିତ ଥିଲେ। ଚିଫ ହୁଇପ ତଥା ଅନୁଗୁଳ ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଶାନ୍ତ ମୁଦୁଲି ସକ୍ରିୟ ଭୂମିକା ତୁଲାଇ ଥିଲେ। ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଖୋଦ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଜେ.ଏନ.ପଙ୍କଜ ସଭାସ୍ଥଳକୁ ଆସି ତଦାରଖ କରିଥିଲେ। ଏସପିଙ୍କ ପ୍ରତ୍ୟକ୍ଷ ତତ୍ୱବାଧାନରେ ସୁରକ୍ଷା ବ୍ୟବସ୍ଥା କରା ଯାଇଥିଲା।