Weather Updates: ସଦୃଶ ଲଘୁଚାପରେ ପରିଣତ ହେଲା ଗତକାଲି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଓ ତତ-ସଂଲଗ୍ନ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳରେ ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ମୁହାଁ ହୋଇ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ। ଫଳରେ ଆଗାମୀ ୩ ଦିନ ଅର୍ଥାତ ୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଂଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲାକୁ ଅରେଞ୍ଜ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ପାଇଁ ନୂଆପଡା ,କଳାହାଣ୍ଡି ,ରାୟଗଡା , ଗଂଜାମ ଓ ଗଜପତି ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ । ସେହିପରି ବିଜୁଳି ଘଡଘଡିର ସତର୍କତାକୁ ନେଇ ଅନୁଗୁଳ, ଢେଙ୍କାନାଳ ,ବୌଦ୍ଧ , କଳାହାଣ୍ଡି, କେନ୍ଦ୍ରାପଡା, ଭଦ୍ରକ ,ଯାଜପୁର, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡରେ ୟେଲୋ ବର୍ଣ୍ଣିଙ୍ଗ ଜାରି କରାଯାଇଛି ।ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି, ମାଲକାନଗିରି , କୋରାପୁଟ, ରାୟଗଡା ଓ ନବରଙ୍ଗପୁର ରେ ଅରେଞ୍ଜ ବର୍ଣ୍ଣିଙ୍ଗ ସହ ପ୍ରବଳ ବର୍ଷା ପାଇଁ ନୂଆପଡା କଳାହାଣ୍ଡି ବଲାଙ୍ଗୀର କନ୍ଧମାଳ ଗଂଜାମ କୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ସଦୃଶ ଲଘୁଚାପ ଫଳରେ ୧ ତାରିଖ ଯାଏ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।