ତାଳଚେର ଅନୁଗୁଳ ପ୍ରଦୂଷଣ ସମସ୍ୟା ନେଇ ଉଦବେଗ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅନୁଗୁଳ/ତାଳଚେର : ଅନୁଗୋଳ-ତାଳଚେର ଅନୁଗୁଳ ଶିଳ୍ପାଞ୍ଚଳରେ ବଢୁଥିବା ବାୟୁ ପ୍ରଦୂଷଣ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀ ଗଭୀର ଉଦବେଗ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ, କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି କିସାନ ରେଡ୍ଡୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।

ତାଳଚେର ଏବଂ ଅନୁଗୋଳରେ ବାୟୁର ଗୁଣବତ୍ତା ସୂଚକାଙ୍କ (AQI) ସ୍ଥିତି ଚିନ୍ତାଜନକ। ଏହାଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଶିଶୁ, ବୟସ୍କ ଏବଂ ଶ୍ୱାସକ୍ରିୟା ଜନିତ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିପନ୍ନ ହେଉଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଧାନ ପ୍ରକାଶ କରିଛନ୍ତି।

ଏହି ସମସ୍ୟାର ସମାଧାନ ପାଇଁ ପ୍ରଦୂଷଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି ଭାବେ ଲାଗୁ କରିବା, କୋଇଲା ପରିବହନ ପାଇଁ ଆଧୁନିକ ‘ମେକାନାଇଜଡ୍’ ବ୍ୟବସ୍ଥା ଆପଣାଇବା, ଖଣି ଓ ଶିଳ୍ପାଞ୍ଚଳ ଚାରିପାଖରେ ବ୍ୟାପକ ବୃକ୍ଷରୋପଣ କରି ‘ଗ୍ରୀନ୍ ବଫର୍’ ସୃଷ୍ଟି କରିବା ସହ ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଧାନ ଅନୁରୋଧ କରିଛନ୍ତି।

Leave a Reply

Your email address will not be published. Required fields are marked *