Spread the love

ଅନୁଗୁଳ(ସୁବ୍ରତ ପଟ୍ଟନାୟକ): ଦେବଗଡ଼ ଜିଲା ତିଳେଇବଣି ବିଡ଼ିଓଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେପିର ବିକ୍ଷୋଭ । ଆଜି ଅନୁଗୁଳ ଜିଲା ଆରକ୍ଷୀ ଅଧୀକ୍ଷକ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ କରାଯାଇଛି ଏହି ବିକ୍ଷୋଭ । ଜିଲା ବିଜେପି
ସଭାପତି ଡିଲେଶ୍ୱର ପ୍ରଧାନ ଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବିକ୍ଷୋଭ ରେ ବରିଷ୍ଠ ବିଜେପି ନେତା ରୁଦ୍ର ନାରାୟଣ ପାଣି ଙ୍କ ସମେତ ଦଳୀୟ କାର୍ଯ୍ୟକର୍ତା ମାନେ ଶୋଭାଯାତ୍ରାରେ ଆସି ଆରକ୍ଷୀ ଅଧୀକ୍ଷକ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିବା ପରେ ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।
ପରେ ପରେ ବିଜେପି ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳୀ ଆରକ୍ଷୀ ଅଧୀକ୍ଷକ ଜଗମୋହନ ମିନା ଙ୍କୁ ଭେଟି , ମହାମହିମ ରାଜ୍ୟପାଳ ଗଣେସି ଲାଲ ଙ୍କ ଉଦ୍ଧେଶ୍ୟରେ ତିନି ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ ।

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *